କଣିହାଁ ରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ

କଣିହାଁ: ଅନୁଗୋଳ ଜିଲ୍ଲାପାଳ ଅବ୍ଦାଲ ମୁହମ୍ମଦ ଅଖତାରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଲକ ପବିତ୍ର ମୋହନ ଗୃହରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ ଯୋଗ ଦେଇଥିଲେ। ଜନଶୁଣାଣୀ ଶିବିରରେ ମୋଟ ୮୯ ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୬୩ ଟି ବ୍ୟକ୍ତିଗତ ଓ ୨୬ ଟି ଗ୍ରମ୍ୟଭିତିକ ଅଭିଯୋଗର ଶୁଣାଣୀ ହୋଇଥିବା ବେଳେ ୮ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା। ତାଳଚେର ଉପ-ଜିଲ୍ଲାପାଳ , ଜିଲ୍ଲା ଶିକ୍ଷା ଅଧିକାରୀ , ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କଣିହାଁ ତହସିଲଦାର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।